Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ

ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ପ୍ରଥମ ବିଜେପି ସରକାର ଗଠନ ହେବାର ୩ ଦିନ ପରେ ଆଜି ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜ ପାଖରେ ଗୃହ, ଅର୍ଥ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସୂଚନା ଓ ଲୋକସମ୍ପର୍କ, ଜଳସମ୍ପଦ, ଯୋଜନା ଓ ସଂଯୋଜନ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ରଖିଛନ୍ତି । ରାଜଭବନ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ରାଜ୍ୟପାଳ ରଘୁବର ଦାସ ନିଜ କ୍ଷମତାର ଉପଯୋଗ କରି ମନ୍ତ୍ରୀମାନଙ୍କୁ ବିଭାଗ ଆବଣ୍ଟନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ : ଗୃହ, ଅର୍ଥ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସୂଚନା ଓ ଲୋକସମ୍ପର୍କ, ଜଳସମ୍ପଦ, ଯୋଜନା ଓ ସଂଯୋଜନ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ

କ୍ୟାବିନେଟ୍ ମନ୍ତ୍ରୀ

ସୁରେଶ ପୂଜାରୀ : ରାଜସ୍ୱ ଓ ବିପର୍ଯ୍ୟୟ
ରବିନାରାୟଣ ନାଏକ : ଗ୍ରାମ୍ୟ ଉନ୍ନୟନ, ପଂଚାୟତିରାଜ ଓ ପାନୀୟ ଜଳ
ନିତ୍ୟାନନ୍ଦ ଗଣ୍ଡ : ସ୍କୁଲ ଓ ଗଣଶିକ୍ଷା, ଅନୁସୂଚିତ ଜାତି-ଜନଜାତି-ସଂଖ୍ୟାଲଘୁ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ
କୃଷ୍ଣଚନ୍ଦ୍ର ପାତ୍ର : ଖାଦ୍ୟ ଯୋଗାଣ ଓ ଖାଉଟି ବ୍ୟାପାର, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା
ପୃଥ୍ୱୀରାଜ ହରିଚନ୍ଦନ : ଆଇନ, ପୂର୍ତ୍ତ ଓ ଅବକାରୀ
ମୁକେଶ ମହାଲିଙ୍ଗ : ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି
ବିଭୂତି ଭୂଷଣ ଜେନା : ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
କୃଷ୍ଣଚନ୍ଦ୍ର ମହାପାତ୍ର : ଗୃହନିର୍ମାଣ ଓ ନଗର ଉନ୍ନୟନ, ସାଧାରଣ ଉଦ୍ୟୋଗ

ରାଷ୍ଟ୍ରମନ୍ତ୍ରୀ(ସ୍ୱାଧୀନ)

ଗଣେଶରାମ ସିଂ ଖୁଣ୍ଟିଆ : ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା
ସୂର୍ଯ୍ୟବଂଶୀ ସୂରଜ : ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ପ୍ରଦୀପ ବଳ ସାମନ୍ତ : ସମବାୟ, ହସ୍ତତନ୍ତ-ବୟନଶିଳ୍ପ ଓ ହସ୍ତଶିଳ୍ପ
ଗୋଲକଚନ୍ଦ୍ର ମଲ୍ଲିକ : ମତ୍ସ୍ୟ ଓ ପଶୁସମ୍ପଦ ବିକାଶ, ଏମଏସଏମଇ ସମ୍ପଦ ଚନ୍ଦ୍ର ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

Leave a Reply