Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ । ଭୁବନେଶ୍ୱରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ । ସୂଚନା ଯୋଗ୍ୟ ଯେ ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି । ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖ ଦୁଃଖ ହେଉଛନ୍ତି ଏବଂ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ୱାସନା ମଧ୍ୟ ଦେଉଛନ୍ତି । ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି ।

Leave a Reply