Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଓଡ଼ିଶାର ସବୁ ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର କ୍ୟାସ୍ ଭାଉଚର - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଓଡ଼ିଶାର ସବୁ ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର କ୍ୟାସ୍ ଭାଉଚର


ଭୁବନେଶ୍ୱର: ବିଜେପି ତାର ସଂକଳ୍ପ ପତ୍ରରେ ଉଲ୍ଲେଖ କରିଥିବା ସୁଭଦ୍ରା ଯୋଜନା ରାଜ୍ୟରେ ଲାଗୁ ହେବ । ଏହି ସୁଭଦ୍ରା ଯୋଜନାରେ ଓଡ଼ିଶାର ସବୁ ମହିଳାଙ୍କୁ ୫୦ ହଜାର ଟଙ୍କାର କ୍ୟାସ୍ ଭାଉଚର୍ ମିଳିବ । ଏନେଇ ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଏଠାରେ ସାମ୍ବାଦିକ ମାନଙ୍କ ସହ କଥାବାର୍ତା ବେଳେ ଶ୍ରୀମତୀ ପ୍ରଭାତୀ ପରିଡ଼ା କହିଛନ୍ତି, ସୁଭଦ୍ରା ଯୋଜନା ରାଜ୍ୟ କ୍ୟାବିନେଟ ଅନୁମୋଦନ ଲାଭ କରିବା ପରେ ଏବେ ଡ୍ରାଫ୍ଟିଙ୍ଗ ଷ୍ଟେଜରେ ଅଛି । ଆଗାମୀ ୧୦୦ ଦିନ ମଧ୍ୟରେ ନିଶ୍ଚିତ ଭାବେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହେବ । ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସବୁ ମହିଳାଙ୍କୁ ମିଳିବ ସୁଭଦ୍ରା ସ୍କିମ ଟଙ୍କା । ଆଗାମୀ ଦୁଇ ବର୍ଷ ଭିତରେ ଏହି ଟଙ୍କାକୁ ମହିଳାମାନେ ନିଜ ଘରର ଆବଶ୍ୟକତା ଲାଗି ବ୍ୟୟ କରିପାରିବେ । ସେ କହିଛନ୍ତି, ମହିଳା ଓ ଶିଶୁ ବିଭାଗ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିଛି ଏହି ସ୍କିମକୁ ମହିଳା ମାନଙ୍କ ପାଖରେ ପହଂଚାଇବା ପାଇଁ । ଏଥିସହ ସ୍କିମ ପାଇଁ ଯେଉଁ ବଜେଟର ଆବଶ୍ୟକତା ରହିଛି ସେ ନେଇ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି । ଜିଏସଟି କାଉନସିଲ ବୈଠକରେ ଏନେଇ ଆଲୋଚନା ହୋଇଛି ।

Leave a Reply