Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ରାମ ଲାଲାଙ୍କ ମୁଖ୍ୟ ପୂଜକଙ୍କ ଦେହାନ୍ତ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ରାମ ଲାଲାଙ୍କ ମୁଖ୍ୟ ପୂଜକଙ୍କ ଦେହାନ୍ତ

ନୂଆଦିଲ୍ଲୀ : ଅଯୋଧ୍ୟା ରାମ ମନ୍ଦିରରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରିଥିବା ମୁଖ୍ୟ ପୂଜକ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦିକ୍ଷିତଙ୍କ ଶନିବାର ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୬ବର୍ଷ ହୋଇଥିଲା । ସେ ଗତ କିଛି ଦିନ ହେବ ଅସୁସ୍ଥ ଥିଲେ ବୋଲି ତାଙ୍କ ପରିବାର ଲୋକଙ୍କ ପକ୍ଷରୁ କୁହାଯାଇଛି । ଆଜି ସକାଳ ୬.୪୫ରେ ବାରଣାସୀରେ ତାଙ୍କର ଦେହାନ୍ତ ହୋଇଥିବା ବେଳେ ମଣିକର୍ଣ୍ଣିକା ଘାଟରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ । ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ରାମ ମନ୍ଦିରର ମୁଖ୍ୟ ପୂଜକ ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ । ଗତ ଜାନୁୟାରୀ ୨୨ ତାରିଖରେ ଅଯୋଧ୍ୟା ରାମ ମନ୍ଦିରରେ ଭଗବାନ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିମାନେ ସାମିଲ ହୋଇଥିଲେ । ମହାରାଷ୍ଟ୍ରର ସୋଲାପୁର ଜିଲା ନିବାସୀ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ବାରାଣସୀର ବରିଷ୍ଠ ବିଦ୍ୱାନମାନଙ୍କ ମଧ୍ୟରେ ଅନ୍ୟତମ ଥିଲେ । ଆଚାର୍ଯ୍ୟଙ୍କ ମୃତ୍ୟୁ ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଦୁଃଖପ୍ରକାଶ କରିବା ସହିତ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ଶୋକବ୍ୟକ୍ତ କରିଛନ୍ତି । ତାଙ୍କ ମୃତ୍ୟୁ ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଶୋକ ବ୍ୟକ୍ତ କରିଛନ୍ତି ।

Leave a Reply