Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

କଟକ: ବୁଧବାର ତୁଳସୀପୁରସ୍ଥ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ତ୍ରିଦିନାତ୍ମକ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳାର ଉଦ୍ ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ନାରାୟଣ ପ୍ରସାଦ ଷଡଙ୍ଗୀଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ସ୍ଥାନୀୟ ରାମନିଗମେଶ୍ୱର ମନ୍ଦିରର ସ୍ୱାମୀ ସତ୍‌ଯ ଚୈତନ୍ୟ ମହାରାଜ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ମୁଖ୍‌ଯ ବକ୍ତା ରୂପେ ଓଡିଶା ଉଚ୍ଚ ନ୍ୟାୟାଳୟର ଅଧିବକ୍ତା ଶ୍ରୀଯୁକ୍ତ ସର୍ବେଶ୍ୱର ବେହେରା ଯୋଗଦାନ କରିଥିଲେ । କାର୍ଯ୍ୟକ୍ରମର ଶେଷରେ +୨ ବିଜ୍ଞାନ ବିଭାଗ ପରିଚାଳନା ସମିତିର ସମ୍ପାଦକ ଶ୍ରୀଯୁକ୍ତ ଶରତ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚିତ୍ତରଞ୍ଜନ ଭୁକ୍ତା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଉକ୍ତ କାର୍ଯ୍ୟଶାଳାରେ ତୁଳସୀପୁର ସଂକୁଳ ଅଧୀନରେ ଥିବା ବିଭିନ୍ନ ବିଦ୍ୟାଳୟର ୧୭୦ଜଣ ଆଚାର୍ଯ୍ୟ ଆଚାର୍ଯ୍ୟ । ଅଂଶଗ୍ରହଣ କରିଥିଲେ ।

Leave a Reply