Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଲୋକଙ୍କ ସରକାର ପ୍ରସ୍ତୁତ କରିବ ‘ଲୋକଙ୍କ ବଜେଟ୍‌’ : ମୁଖ୍ୟମନ୍ତ୍ରୀ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଲୋକଙ୍କ ସରକାର ପ୍ରସ୍ତୁତ କରିବ ‘ଲୋକଙ୍କ ବଜେଟ୍‌’ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆମର ବଜେଟ୍ ଟି ଯେପରି ବାସ୍ତବରେ ‘ଲୋକଙ୍କ ବଜେଟ୍‌’ ଭାବରେ ସମସ୍ତଙ୍କ ଆଶା ଆକାଂକ୍ଷାକୁ ପ୍ରତିଫଳିତ କରିବ, ସେଥିପାଇଁ ଆମର ଉଦ୍ୟମ ଜାରି ରହିଛି । ସେଥିପାଇଁ ସମାଜର ସବୁ ବର୍ଗଙ୍କ ମତାମତ ଆମେ ଗ୍ରହଣ କରୁଛୁ । ଲୋକଙ୍କ ସରକାର ଭାବରେ ସାଧାରଣ ଜନତାଙ୍କ ମତାମତକୁ ଗୁରୁତ୍ୱ ଦେବାର ଆମର ପରମ୍ପରା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆଜି ଲୋକସେବା ଭବନର କନ୍‌ଭେନ୍‌ସନ୍ ହଲ୍ ଠାରେ ଆୟୋଜିତ ପ୍ରାକ୍ ବଜେଟ୍ ଆଲୋଚନାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ଏହି ବୈଠକରେ ବିଭିନ୍ନ ନାଗରିକ ସମାଜ , ବିଶେଷଜ୍ଞ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡା, ଅର୍ଥ ବିଭାଗର ପ୍ରମୁଖ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ଏବଂ ଅର୍ଥ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଜାଣନ୍ତି ଆମ ସରକାର ପ୍ରଥମରୁ ହିଁ ଲୋକଙ୍କ ସରକାର ଭାବରେ ସାଧାରଣ ଜନତାଙ୍କ ମତାମତକୁ ଗୁରୁତ୍ୱ ଦେଇ ଆସୁଛି । ୨୦୨୪-୨୫ ଆର୍ôଥକ ବର୍ଷ ପାଇଁ ସାଧାରଣ ବଜେଟ ଆଗାମୀ ୨୫ ତାରିଖରେ ବିଧାନ ସଭାରେ ଉପସ୍ଥାପିତ ହେବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ଅନଲାଇନ ଜରିଆରେ ଲୋକଙ୍କ ମତାମତ ସଂଗ୍ରହ କରିଥିଲୁ । ଖୁସିର କଥା ଏଥିରେ ଆମେ ପ୍ରାୟ ୧୨ ହଜାରରୁ ଅଧିକ ମତାମତ ପାଇଛୁ । ପୂର୍ବ ବର୍ଷ ଅପେକ୍ଷା ଏହା ପ୍ରାୟ ଛଅ ସମସ୍ତଙ୍କ ଆଶା ଆକାଂକ୍ଷାକୁ ପ୍ରତିଫଳିତ କରିବ ଏଥିରେ ପୂର୍ବତନ ଅର୍ଥମନ୍ତ୍ରୀ ଶ୍ରୀ ପ୍ରଫୁଲ ଚନ୍ଦ୍ର ଘଡାଇ, ଶ୍ରୀ ପଂଚାନନ କାନୁନଗୋ, ଶ୍ରୀ ଶଶୀଭୂଷଣ ବେହେରା, ପୂର୍ବତନ ଅର୍ଥ ସଚିବ ଗଣ, ଆରବିଆଇ ର ଆଂଚଳିକ ନିର୍ଦ୍ଦେଶକ, ନାବାର୍ଡ ଜେନେରାଲ ମ୍ୟାନେଜର ପ୍ରମୁଖ ବିଭିନ୍ନ କ୍ଷେତ୍ରର ପ୍ରାୟ ୨୬ ଜଣ ବିଶିଷ୍ଠ ବ୍ୟକ୍ତି ସେମାନଙ୍କ ମତାମତ ଦେଇଥିଲେ । ବୈଠକ ପରେ ଗଣମାଧ୍ୟମକୁ ନିଜର ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆପଣମାନେ ଗୁଣ ଅଧିକ । ବଜେଟ୍ ପ୍ରସ୍ତୁତି ପ୍ରକ୍ରିୟାରେ ଲୋକଙ୍କ ଏପରି ବ୍ୟାପକ ଅଂଶ ଗ୍ରହଣ ଆମ ପାଇଁ ଖୁବ୍ ଉତ୍ସାହ ଜନକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସମସ୍ତଙ୍କ ମୂଲ୍ୟବାନ ମତାମତ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । ଆଗାମୀ ବଜେଟ୍ ରେ ଏହି ସବୁ ମତାମତକୁ ପ୍ରତିଫଳିତ କରିବାକୁ ସରକାର ଯଥା ସମ୍ଭବ ଉଦ୍ୟମ କରି ଲୋକଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବାକୁ ପ୍ରଚେଷ୍ଟା କରିବେ ବୋଲି ସେ କହିଥିଲେ ।

Leave a Reply