Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ବିଜେପି ରାଷ୍ଟ୍ରୀୟ ଉପସଭାପତି ଙ୍କ ଉଦ୍ୟମରେ ଦୁବାଇରୁ ଫେରିଲେ ୮ ଓଡିଆ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ବିଜେପି ରାଷ୍ଟ୍ରୀୟ ଉପସଭାପତି ଙ୍କ ଉଦ୍ୟମରେ ଦୁବାଇରୁ ଫେରିଲେ ୮ ଓଡିଆ

ଭୁବନେଶ୍ୱର- ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରେ ଫସିଥିବା ୮ ଜଣ ଓଡିଆ ଯୁବକ ଆଜି ନିଜ ଜନ୍ମମାଟିକୁ ଫେରିଛନ୍ତି । ଏହି ୮ ଜଣଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଗତ ୪ ତାରିଖରେ ଏକ ଚିଠି ଲେଖି ନିବେଦନ କରିଥିଲେ । ନିରୁପାୟ ହୋଇ ପରିବାର ଲୋକ ସେମାନଙ୍କୁ ସ୍ୱଦେଶ ଫେରାଇ ଆଣିବା ପାଇଁ ଶ୍ରୀ ପଣ୍ଡାଙ୍କ ହସ୍ତକ୍ଷେପ ଲୋଡିଥିଲେ । ଅନୁରୋଧକ୍ରମେ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କ ସହ ଯୋଗାଯୋଗ କରି ଏ ବିଷୟରେ ଅବଗତ କରିବା ସହ ତୁରନ୍ତ ଏ ଦିଗରେ ପଦକ୍ଷେପ ନେଇ ସମସ୍ତଙ୍କୁ ସୁରକ୍ଷିତ ଭାରତ ଫେରାଇ ଆଣିବା ସଙ୍ଗେ ସଙ୍ଗେ ସହାୟତା ଯୋଗାଇଦେବାକୁ ନିବେଦନ କରିଥିଲେ । ପହଞ୍ଚିବା ପରେ ପରିବାର ଲୋକ ଶ୍ରୀ ପଣ୍ଡାଙ୍କୁ ସାକ୍ଷତ କରି କୃତଜ୍ଞତା ଜଣାଇଛନ୍ତି ।

Leave a Reply