Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଅଗ୍ନିବୀରଙ୍କ ପାଇଁ ଚାକିରିରେ ୧୦% - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଅଗ୍ନିବୀରଙ୍କ ପାଇଁ ଚାକିରିରେ ୧୦%

ଭୁବନେଶ୍ୱର: କେନ୍ଦ୍ରରେ ନରେନ୍ଦ୍ର ମୋଦୀ ନେତୃତ୍ୱାଧୀନ ବିଜେପି ସରକାରଙ୍କ ‘ଅଗ୍ନିବୀର’ ଯୋଜନାକୁ ନେଇ ବିରୋଧୀ ଦଳର ବିରୋଧ ଜାରି ରହିଥିବାବେଳେ ଶୁକ୍ରବାର ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ‘ଅଗ୍ନିବୀର’ଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦% ପର୍ଯ୍ୟନ୍ତ ସଂରକ୍ଷଣ ଓ ବୟସସୀମାରେ ମଧ୍ୟ ୫ବର୍ଷ କୋହଳ କରାଯିବ ବୋଲି କହିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ଅଗ୍ନିବୀର ଯୋଜନା । ଏହି ଯୋଜନାରେ ଆମର ଅଗ୍ନବୀରମାନେ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇଁ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରଇଛନ୍ତି । ରାଜ୍ୟ ସରକାର ଓଡ଼ିଶାର ୟୁନିଫର୍ମ ସେବା (ପୁଲିସ ଓ ଅନ୍ୟାନ୍ୟ ସେବା)ରେ ସେମାନଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶାର ଯେଉଁ ଅଗ୍ନିବୀରମାନେ ସେନାବାହିନୀରେ ଭର୍ତ୍ତି ହୋଇନଥିବେ, ସେମାନଙ୍କୁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତିରେ ୧୦% ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ । ଏହାସହିତ ସେମାନଙ୍କ ବୟସସୀମା ମଧ୍ୟ ୫ବର୍ଷ କୋହଳ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୂଚନା ଦେଇଛନ୍ତି

Leave a Reply