Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଜାତୀୟ ପୁରସ୍କାର ପାଇବେ ଓଡିଶାର ୨ ଶିକ୍ଷକ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଜାତୀୟ ପୁରସ୍କାର ପାଇବେ ଓଡିଶାର ୨ ଶିକ୍ଷକ

ଭୁବନେଶ୍ୱର : ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି ଓଡ଼ିଶାର ଦୁଇ ଜଣ ଶିକ୍ଷକ । କଳାହାଣ୍ଡି ଜିଲ୍ଲାର ନର୍ଲାସ୍ଥିତ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲ୍ଲାର ବିଲେସୁସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ୱିତି ଚନ୍ଦ୍ର ସାହୁଙ୍କୁ ପୁରସ୍କାର ପ୍ରଦାନ କରିବେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ସେପ୍ଟେମ୍ବର ୫ ଗୁରୁ ଦିବସରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିବେ । ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯିବ ।

Leave a Reply