Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଚୂଡ଼ାନ୍ତ ହେଲା ରାମଲାଲାଙ୍କ ବିଗ୍ରହ ୨୨ ଅପରାହ୍ଣ ୧୨.୨୦ରେ ରାମଲଲ୍ଲାଙ୍କ ପ୍ରାଣ ପ୍ରତିଷ୍ଠା - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଚୂଡ଼ାନ୍ତ ହେଲା ରାମଲାଲାଙ୍କ ବିଗ୍ରହ ୨୨ ଅପରାହ୍ଣ ୧୨.୨୦ରେ ରାମଲଲ୍ଲାଙ୍କ ପ୍ରାଣ ପ୍ରତିଷ୍ଠା

ଅଯୋଧ୍ୟା : ଚୂଡ଼ାନ୍ତ ହୋଇଛି ରାମଲାଲାଙ୍କ ଦିବ୍ୟ ବିଗ୍ରହ । କର୍ଣ୍ଣାଟକ ମହିଶୂରର ସ୍ଥପତି ଅରୁଣ ଯୋଗୀରାଜଙ୍କ ହାତ ତିଆରୀ ମୂର୍ତ୍ତି ଲାଗିବ ଶ୍ରୀରାମଙ୍କ ମନ୍ଦିରର ଗର୍ଭ ଗୃହରେ । ରାମଲାଲାଙ୍କ ପାଇଁ ୩ ବିଗ୍ରହଙ୍କ ମଧ୍ୟରୁ ଗୋଟିଏ ବଛା ଯାଇଛି । ଅରୁଣ ଯୋଗୀରାଜଙ୍କ ନିର୍ମାଣ ହୋଇଥିବା ବିଗ୍ରହ ଲାଗିବ ଗର୍ଭଗୃହରେ ଏବଂ ବାକି ଦୁଇଟିକୁ ମନ୍ଦିରର ଅନ୍ୟ ଯାଗାରେ ସ୍ଥାପନ କରାଯିବ । ୫ ବର୍ଷୀୟ ରାମଲାଲାଙ୍କ ୩ଟି ବାଳୁତ ବିଗ୍ରହ ଏଥିପାଇଁ ତିଆରି କରାଯାଇଥିଲା । ପୁରାଣରେ ବର୍ଣ୍ଣିତ ରାମଲାଲା ଶୈଶବାବସ୍ଥାର ରୂପକୁ ଆଧାର କରି ଏହାକୁ ତିଆରି କରାଯାଇଛି । ଅଯୋଧ୍ୟା ଶ୍ରୀରାମ ମନ୍ଦିରରେ ରାମଲାଲାଙ୍କ ବିଗ୍ରହ ନିର୍ମାଣ କରିଥିବା ଅରୁଣ ଯୋଗୀରାଜଙ୍କ କଳାର ୟେ ଆଉ ଏକ ବଡ଼ ଯାତ୍ରା । ରାମଲାଲାଙ୍କ ବିଗ୍ରହ ନିର୍ମାଣ କରିଥିବା ବ୍ୟକ୍ତି ଯେ ଏବେ ଦେଶର ସବୁଠୁ ଚର୍ଚ୍ଚିତ ବ୍ୟକ୍ତି, ସବୁଠୁ ଚର୍ଚ୍ଚିତ ସ୍ଥପତି । ଅରୁଣଙ୍କ ପରିବାରର ୫ ପିଢ଼ି ଧରି ମୂର୍ତ୍ତିରେ ଜୀବନ ଦେଇ ଆସିଛନ୍ତି । ଅରୁଣଙ୍କ ଜେଜେବାପା ମହିଶୂର ରାଜବଂଶ ପାଇଁ ପଥରରେ ମୂର୍ତ୍ତି ନିର୍ମାଣ କରୁଥିଲେ । ଅରୁଣ ମହିଶୂରର ପ୍ରସିଦ୍ଧ ୧୨ ଫୁଟର ହନୁମାନ, ପ୍ରସିଦ୍ଧ ନନ୍ଦି ନିର୍ମାଣ କରି ସାରା ଦକ୍ଷିଣ ଭାରତରେ ପ୍ରମୁଖ ସ୍ଥପତି ଭାବେ ପରିଚୟ ସୃଷ୍ଟି କରିଥିଲେ । ହେଲେ ଦିଲ୍ଲୀ ଅମର ଯବାନ ଜ୍ୟୋତି ପାଖରେ ଥିବା ନେତାଜୀଙ୍କ ପ୍ରତିମୂର୍ତ୍ତି ବେଳକୁ ସାରା ଦେଶରେ ପ୍ରମୁଖ ଚେହେରା ଭାବେ ସାମ୍ନାକୁ ଆସିଥିଲେ । ପ୍ରଧାନମନ୍ତ୍ରୀଙ୍କ ସବୁଠୁ ପସନ୍ଦର ମୂର୍ତ୍ତି ନିର୍ମାଣ କରି ହଟ୍ ଫେଭରେଟ୍ ପାଲଟିଥିଲେ ଅରୁଣ । ଅମର ଯବାନ ଜ୍ୟୋତି ପାଖରେ ୩୦ ଫୁଟର ନେତାଜୀ ମୂର୍ତ୍ତି ପରେ କେଦାରନାଥ ପୀଠରେ ୧୨ ଫୁଟର ଆଦି ଶଙ୍କରାଚାର୍ଯ୍ୟଙ୍କ ବିଗ୍ରହ ବି ଅରୁଣଙ୍କ ହାତର କମାଲ୍ । ଏବେ ତାଙ୍କ ହାତରେ ତିଆରି ମୂର୍ତ୍ତି ଶ୍ରୀରାମ ମନ୍ଦିରରେ ଅବସ୍ଥାନ ଖବର ଶୁଣିବା ପରେ କର୍ଣ୍ଣାଟକ ଓ ତାଙ୍କ ଘରେ ଖୁସିର ଲହରୀ । ସେପଟେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାର ସମସ୍ତ ରୀତିନୀତି ସମ୍ପର୍କରେ ସୂଚନା ଦେଲେ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ । ସେ କହିଛନ୍ତି, ସାଂସ୍କୃତିକ ପରମ୍ପରା ସହ ସମସ୍ତ କାର୍ଯ୍ୟ ସମ୍ପାଦନ ହେବ । ଆଉ ୭ ଦିନ ବାକି ରହିଲା, ସମସ୍ତ ମନ୍ଦିରରେ ସଫେଇ କରାଯାଉଛି । ସବୁ ମନ୍ଦିରରେ ଶଙ୍ଖଧ୍ୱନି, ଭଜନ କୀର୍ତ୍ତନ କରି ପ୍ରଚାର କରାଯାଉଛି । ସେ ସୋମବାର ଘୋଷଣା କରିଛନ୍ତି ଯେ ଜାନୁଆରୀ ୨୨ ତାରିଖ ଅପରାହ୍ନ ୧୨ଟା ୨୦ରେ ପ୍ରାଣ ପ୍ରତିଷ୍ଠା ସମାରୋହ ଅନୁଷ୍ଠିତ ହେବ । ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ରାୟ କହିଛନ୍ତି ଯେ ଜାନୁଆରୀ ୨୨ ତାରିଖ ମଧ୍ୟାହ୍ନ ୧୨ଟା ୨୦ରେ ପ୍ରାଣ ପ୍ରତିଷ୍ଠା ଆରମ୍ଭ ହୋଇ ଅପରାହ୍ନ ୨ଟାରେ ଶେଷ ହେବ । ଜାନୁଆରୀ ୧୬ତାରିଖରୁ ଧାର୍ମିକ ରୀତିନୀତି ଆରମ୍ଭ ହୋଇ ଜାନୁଆରି ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଜାନୁଆରି ୨୨ ତାରିଖ ଅପରାହ୍ଣରେ ‘ପ୍ରାଣ ପ୍ରତିଷ୍ଠା’ ସମାରୋହ ଅନୁଷ୍ଠିତ ହେବ । ‘ପ୍ରାଣ ପ୍ରତିଷ୍ଠା’ ହେବାକୁ ଥିବା ଏହି ମୂର୍ତ୍ତି ପଥରରେ ନିର୍ମିତ ହେବ ଏବଂ ଏହାର ଓଜନ ପ୍ରାୟ ୧୫୦-୨୦୦ କିଲୋଗ୍ରାମ ହେବ ବୋଲି ଅନୁମାନ କରାଯାଉଛି । ଜାନୁଆରୀ ୧୮ ତାରିଖରେ ମନ୍ଦିରର ଗର୍ଭଗୃହରେ ଏହାର ସ୍ଥାନରେ ମୂର୍ତ୍ତି ସ୍ଥାପନ କରାଯିବ । ଚମ୍ପତ ରାୟ କହିଛନ୍ତି ଯେ ଭଗବାନ ରାମଙ୍କ ମୂର୍ତ୍ତି ୫ ବର୍ଷର ଶିଶୁ ରୂପରେ ରହିଛି । ସେ ଆହୁରି ମଧ୍ୟ କହିଛନ୍ତି, ରାମ ମନ୍ଦିର ରୀତିନୀତିରେ ୧୨୧ ଜଣ ଆଚାର୍ଯ୍ୟ ଯୋଗଦେବେ ।

Leave a Reply