Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
କେନ୍ଦ୍ରାପଡ଼ାର ପୁଅ ଅଷ୍ଟ୍ରେଲିଆରେ ସମ୍ମାନିତ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

କେନ୍ଦ୍ରାପଡ଼ାର ପୁଅ ଅଷ୍ଟ୍ରେଲିଆରେ ସମ୍ମାନିତ

କେନ୍ଦ୍ରାପଡ଼ା: ଅଷ୍ଟ୍ରେଲିଆ ଓ ଭାରତର ସମ୍ପର୍କ ସୃଦୃଢ଼ କରାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲାର ପୁଅ । ଗରଦପୁର ବ୍ଲକ ଅନ୍ତର୍ଗତ ବ୍ରହ୍ମପୁର ଗ୍ରାମର ପ୍ରଫେସର କମଳାକାନ୍ତ ଦାଶଙ୍କୁ ମେଲବର୍ଣ୍ଣସ୍ଥିତ ଭିକ୍ଟୋରିଆ ରାଜ୍ୟ ସଂସଦରେ ସମ୍ମାନିତ କରାଯାଇଛି । ସେ ହେଉଛନ୍ତି ଅନାମ ଚରଣ ଦାଶ ଓ ମନୋରମା ଦାଶଙ୍କ ଜ୍ୟେଷ୍ଠ ପୁତ୍ର । ପ୍ରଫେସର ଦାଶ ଭାରତ ଓ ଅଷ୍ଟ୍ରେଲିଆ ଦ୍ୱିପାକ୍ଷିକ ସମ୍ପର୍କ ସୃଦୃଢ଼ ନେଇ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି । ଦୀର୍ଘ ୪ ବର୍ଷ ଧରି ‘ଅଷ୍ଟ୍ରେଲିଆ ଅସଇଣ୍ଡ ବ୍ରିଜ’ ଅନୁଷ୍ଠାନକୁ ପ୍ରତିଷ୍ଠା କରି ଦୃଢ଼ ନେତୃତ୍ୱ ବଳରେ ଭାରତ ଓ ଅଷ୍ଟ୍ରେଲିଆର ଯୁବ ସମାଜକୁ ସଂଯୋଗ କରାଇବାରେ ସମର୍ଥ ହୋଇଛନ୍ତି । ପ୍ରଫେସର ଦାଶଙ୍କୁ ସମ୍ମାନିତ କରିବା ପାଇଁ ସ୍ୱତନ୍ତ୍ର ଭାବରେ ନିମନ୍ତ୍ରଣ କରାଯାଇଥିଲା । ସଂସଦ ପରିସରରେ ସାଂସଦ ଇୱାନ ୱାଲର୍ଟର୍ସ ପ୍ରଫେସର ଦାଶଙ୍କୁ ସମ୍ମାନିତ କରିବା ସହ ତାଙ୍କ ଉଦ୍ୟମକୁ ଭୂୟସୀ ପ୍ରଶଂସା କରିଥିଲେ । ଆଗାମୀ ଦିନରେ ଶ୍ରୀ ଦାଶଙ୍କ ଅବଦାନ ଉଭୟ ଦେଶର ଯୁବ ସମାଜ ପାଇଁ ଅନୁକରଣୀୟ ହେବ ବୋଲି ସେ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଫେସର ଦାଶ ଅଷ୍ଟ୍ରେଲିଆର ବିଦେଶ ନୀତିକୁ ସୁଦୃଢ଼ କରିବା ପାଇଁ ଏସିଆ ମହାଦେଶ ଓ ଭାରତୀୟ ଉପମହାଦେଶ ସହିତ କିଭଳି ସମ୍ପର୍କକୁ ସୁଦୃଢ଼ କରାଯିବ ସେ ନେଇ ଆଲୋକପାତ କରିଥିଲେ । ସୂଚନାଯୋଗ୍ୟ ପ୍ରଫେସର ଦାଶ ଅଷ୍ଟ୍ରେଲିଆର ମୋନାସ ବିଶ୍ୱବିଦ୍ୟାଳୟରେ ପାଠ ପଢ଼ିଛନ୍ତି । ବର୍ତ୍ତମାନ ରାଜସ୍ଥାନ ସରକାରଙ୍କ ପାଇଁ ଉପଦେଷ୍ଟା ଭାବେ ସେ କାର୍ଯ୍ୟ କରୁଛନ୍ତି । ପ୍ରଫେସର ଦାଶଙ୍କୁ ଅଷ୍ଟ୍ରେଲିଆରେ ସମ୍ବର୍ଦ୍ଧିତ କରାଯାଇଥିବା ସମ୍ପର୍କରେ ଜଣାପଡିବା ପରେ ଅଞ୍ଚଳବାସୀ ଗର୍ବ ଅନୁଭବ କରିବା ସହ ଭୂୟସୀ ପ୍ରଶଂସା କରିଛନ୍ତି ।

Leave a Reply