ପାକିସ୍ତାନ ପାଇଁ ଗୁପ୍ତଚର କାର୍ଯ୍ୟ କରି ମହିଳା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଗିରଫ

ପାକିସ୍ତାନ ପାଇଁ ଗୁପ୍ତଚର କାର୍ଯ୍ୟ କରି ଜଣେ ମହିଳା ୟୁଟ୍ୟୁବର ଗିରଫ ହୋଇଛନ୍ତି। ସେ ହେଲେ ଜ୍ୟୋତି ମାଲହୋତ୍ରା। ହରିୟାଣାର ହିସାରରୁ ସିଭିଲ ଲାଇନ୍ସ ପୁଲିସ ତାଙ୍କୁ ଗିରଫ କରିଛି। ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ସହିତ ଜ୍ୟୋତି ନିୟମିତ ଯୋଗସୂତ୍ର ରକ୍ଷା କରିବା ସହିତ ଭାରତ ସମ୍ବନ୍ଧରେ ଗୁରୁତ୍ଵପୂର୍ଣ୍ଣ ତଥ୍ୟ ପ୍ରଦାନ କରୁଥିବା ଜଣାପଡ଼ିବା ପରେ ତାଙ୍କୁ ଗିରଫ କରାଯାଇଛି। ହ୍ବାଟ୍ସଆପ, ଟେଲିଗ୍ରାମ ଏବଂ ସ୍ନାପଚାଟ୍‌ ଜରିଆରେ ସେ ଏହି ତଥ୍ୟ ପ୍ରଦାନ କରୁଥିଲେ।

ଜ୍ୟୋତିଙ୍କର ‘ଦେଶୀ ଇଣ୍ଡୋ ଜୋ’ ନାମରେ ଏକ ୟୁଟ୍ୟୁବ ଚ୍ୟାନେଲ ରହିଛି। ସେ ଅନେକ ସମୟରେ ବିଦେଶ ଗସ୍ତ କରନ୍ତି। ପାକିସ୍ତାନକୁ ମଧ୍ୟ ଏକାଧିକ ଥର ଗସ୍ତ କରିଛନ୍ତି। ନିଜ ୟୁଟ୍ୟୁବ ଚ୍ୟାନେଲ ଜରିଆରେ ଭାରତରେ ପାକିସ୍ତାନର ଏକ ସକରାତ୍ମକ ଛବି ସୃଷ୍ଟି କରିବାକୁ ତାଙ୍କୁ ଦାୟିତ୍ଵ ଦିଆଯାଇଥିଲା ବୋଲି ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *