ଭୁବନେଶ୍ବର : କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ,ସ୍ୱାଭାବିକ ତାରିଖର ୮ ଦିନ ପୂର୍ବରୁ ମୌସୁମୀ ବାୟୁ କେରଳ ଛୁଇଁଛି, ଗତ ୧୬ ବର୍ଷ ମଧ୍ୟରେ ଏହି ବର୍ଷ ମୌସୁମୀ କେରଳରେ ସବୁଠାରୁ ଶୀଘ୍ର ପହଞ୍ଚିଛି ା ରାଜ୍ୟରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଅଧିକାଂଶ ସ୍ଥାନରେ ବର୍ଷା ସହ ପବନ ମଧ୍ୟ ହୋଇପାରେ । ଏନେଇ ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଓଡ଼ିଶାକୁ ମୌସୁମୀ ଆସିବାକୁ ଟିକେ ସମୟ ଲାଗିବ ବୋଲି ସେ ପ୍ରତିକ୍ରିୟା ରଖିଛନ୍ତି । ଉତ୍ତରପୂର୍ବାଞ୍ଚଳ ରାଜ୍ୟ ପରେ ଓଡ଼ିଶାକୁ ମୌସୁମୀ ଆସିବ । ଅନ୍ୟପଟେ ୨୭ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ତେବେ ଏହା ବାତ୍ୟା ରୂପ ନେବାର ସମ୍ଭାବନା ନାହିଁ । ଓଗଊ ପକ୍ଷରୁ ବାତ୍ୟା ନେଇ କୌଣସି ସୂଚନା ଦିଆଯାଇ ନାହିଁ । ଏନେଇ ଅପପ୍ରଚାର କରାଯାଉଛି ବୋଲି ସେ କହିଛନ୍ତି ।