Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଫୁଲବାଣୀ ସରସ୍ୱତୀ ଶିଶୁ ମନ୍ଦିର ପକ୍ଷରୁ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳିତ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଫୁଲବାଣୀ ସରସ୍ୱତୀ ଶିଶୁ ମନ୍ଦିର ପକ୍ଷରୁ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳିତ

ଫୁଲବାଣୀ : ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳନ କରାଯାଇଥିଲା । ଉକ୍ତ ଦିବସ ପାଳନ ଅବସରରେ ଫୁଲବାଣୀ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ର ବହୁତ ଛାତ୍ରଛାତ୍ରୀ ଭାରତ ମାତା ଓ ସ୍ୱାମୀ ବିବେକାନନ୍ଦ ବେଶଭୂଷା ରେ ସଜେଇ ହୋଇ ଶିଶୁ ବିଦ୍ୟା ମନ୍ଦିର ର ପ୍ରାୟ ୮୦୦ଜଣ ଛାତ୍ରଛାତ୍ରୀ ବିଦ୍ୟା ମନ୍ଦିର ରୁ ବାହାରି ଫୁଲବାଣୀ ସହର ନଗର ଆଦର୍ଶ ପଥ ପରିକ୍ରମା କରିଥିଲେ । ଏହି କାର୍ଯ୍ୟକ୍ରମ ରେ ସମସ୍ତ ଛାତ୍ରଛାତ୍ରୀ ଉତ୍ସାହର ସହିତ ଅଂଶ ଗ୍ରହଣ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟା, ଅଭିଭାବକ ଓ ଶୁଭେଚ୍ଛୁ ଙ୍କ ସହଯୋଗ ରେ ସଫଳ ହୋଇଥିଲା ବୋଲି ଫୁଲବାଣୀ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପ୍ରଧାନ ଆଚାର୍ଯ୍ୟ ରାଜେନ୍ଦ୍ର କୁମାର ପାଢୀ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇଥିଲେ ।

Leave a Reply