ରଥଯାତ୍ରା ସୁପରିଚାଳନା ପାଇଁ ମନ୍ତ୍ରିସ୍ତରୀୟ କମିଟି ଗଠିତ

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ଘୋଷ ଯାତ୍ରାର ସୁପରିଚାଳନା ପାଇଁ ରାଜ୍ୟ ସରକାର ମନ୍ତ୍ରିସ୍ତରୀୟ କମିଟି ଗଠନ କରିଛନ୍ତି। ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିରେ ୪ ଜଣ ମନ୍ତ୍ରୀ ସଦସ୍ୟ ରହିଛନ୍ତି। କମିଟିରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସ୍ବାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସଦସ୍ୟ ରହିଛନ୍ତି। ସେହିପରି ଆଇନ ବିଭାଗ ପ୍ରମୁଖ ସଚିବ ଏହାର ଆବାହକ ଦାୟିତ୍ବ ନିର୍ବାହ କରିବେ।

Leave a Reply

Your email address will not be published. Required fields are marked *