ବିଶ୍ୱର ସର୍ବୋଚ୍ଚ ରେଳ ସେତୁ ଉଦ୍‌ଘାଟିତ

ଶ୍ରୀନଗର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଚେନାବ ନଦୀ ଉପରେ ବିଶ୍ୱର ସର୍ବୋଚ୍ଚ ରେଳ ସେତୁ ଉଦ୍‌ଘାଟନ କରିଛନ୍ତି। ଏହି ଇଞ୍ଜିନିୟରିଂ ଚମତ୍କାର ଉଧମପୁର-ଶ୍ରୀନଗର-ବାରମୁଳା ରେଳ ଲିଙ୍କ୍ (ୟୁଏସ୍‌ବିଆର୍‌ଏଲ୍‌) ପ୍ରକଳ୍ପର ଏକ ପ୍ରମୁଖ ଅଂଶ ଏବଂ ବର୍ତ୍ତମାନ କାଶ୍ମୀର ଉପତ୍ୟକାକୁ ରେଳ ମାଧ୍ୟମରେ ବାକି ଭାରତ ସହିତ ସଂଯୋଗ କରୁଛି। କାଶ୍ମୀରରେ ଏକାଧିକ ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ ପହଲଗାମ ଆତଙ୍କବାଦୀ ଆକ୍ରମଣ ଓ ଅପରେସନ୍‌ ‘ସିନ୍ଦୂର’ ପରେ ପ୍ରଥମ ଥର ପାଇଁ ଆସିଥିବା ପ୍ରଧାନମନ୍ତ୍ରୀ ମୋଦୀଙ୍କଠାରୁ ଏକ ଦୃଢ଼ ବାର୍ତ୍ତା ଦେଇଛି ଯେ ତାଙ୍କ ସରକାର ଏହି ଅଞ୍ଚଳର ବିକାଶ ପାଇଁ ପ୍ରତିଶ୍ରୁତିବଦ୍ଧ। ପ୍ରଧାନମନ୍ତ୍ରୀ ମୋଦୀ କଟ୍ରାରେ ୪୬,୦୦୦ କୋଟି ଟଙ୍କାର ଅନେକ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଚେନାବ ସେତୁ ଉଦ୍‌ଘାଟନ କରିବାର କିଛି ମୁହୂର୍ତ୍ତ ପରେ ପ୍ରଧାନମନ୍ତ୍ରୀ ତ୍ରିରଙ୍ଗା ହଲାଇ ସେତୁ ଉପରେ ବୁଲୁଥିବା ଦେଖିବାକୁ ମିଳିଥିଲା। ତାଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଓ ଜମ୍ମୁ-କାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଉପସ୍ଥିତ ଥିଲେ।

Leave a Reply