Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଗେଂଡୁ ପୁଲ ଚାଷ କରି ସ୍ବାବଲମ୍ବୀ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଗେଂଡୁ ପୁଲ ଚାଷ କରି ସ୍ବାବଲମ୍ବୀ


ସୁନ୍ଦରଗଡ଼ ଜିଲ୍ଲାର ୬ଟି ବ୍ଲକରେ ପାଇଲଟ୍ ପ୍ରକଳ୍ପ ଭାବେ ଗେଣ୍ଡୁ ଫୁଲ ଚାଷ କରାଯାଉଛି । ସବଡେଗା, କୁତ୍ରା, ରାଜଗାଙ୍ଗପୁର, ବାଲିଶଙ୍କରା, ନୂଆଗାଁ ଏବଂ କୁଆରମୁଣ୍ଡା ବ୍ଲକରେ ୧ ଏକର କରି ମୋଟ ୬ ଏକର ଜମିରେ ଏହି ଚାଷ କରାଯାଇଛି । ଏଥିରେ ୧୮ଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ୧୮୦ ଜଣ ସଦସ୍ୟା ଯୋଡ଼ି ହୋଇଛନ୍ତି । ସୁନ୍ଦରଗଡ଼ ଏବଂ ରାଉରକେଲା ସହିତ ବିଭିନ୍ନ ବ୍ଲକ ସଦରମହକୁମାରେ ଗେଣ୍ଡୁ ଫୁଲର ବେଶ୍ ଚାହିଦା ରହିଛି । ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଏହି ଫୁଲକୁ ନେଇ କିଲୋ ପିଛା ୪୦ରୁ ୫୦ ଟଙ୍କା ଦରରେ ସ୍ଥାନୀୟ ବଜାରରେ ବିକ୍ରି କରୁଛନ୍ତି । ମା’ମାନେ ଫୁଲ ଚାଷ ପାଇଁ ଜମି ପ୍ରସ୍ତୁତ କରିଥାନ୍ତି । ଚାରା ଲଗାଇବା ସହ ଭଲ ଫୁଲ କିପରି ଅମଳ ହେବ ସେ ଦିଗରେ ବିଶେଷ ଧ୍ୟାନ ଦେଇଥାନ୍ତି । ଏହି ଫୁଲ ଚାଷ ପାଇଁ ମାଆମାନେ ଆବଶ୍ୟକ ତାଲିମ ମଧ୍ୟ ନେଇଛନ୍ତିି । ଆଗାମୀ ଦିନରେ ସୁନ୍ଦରଗଡ଼ ଜିଲ୍ଲାରେ ଅଧିକ ଗେଣ୍ଡୁ ଫୁଲ ଉତ୍ପାଦନ କରାଯାଇ ରାଜ୍ୟ ତଥା ରାଜ୍ୟ ବାହାରକୁ ପଠାଇବା ଲାଗି ଲକ୍ଷ୍ୟ ରହିଛି । ଫୁଲ ଚାଷ ହେଉଥିବା ପ୍ରତି ବ୍ଲକରେ ୩ଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ନେଇ ଗୋଟିଏ କ୍ଲଷ୍ଟର ଗଠନ କରାଯାଇଛି ।ଂଉଦ୍ୟାନ କୃଷି ନିଦେ୍ର୍ଦଶାଳୟ ପକ୍ଷରୁ ଏଥିପାଇଁ ବୈଷୟିକ ସହାୟତା ଯୋଗାଇ ଦିଆଯାଉଛି ।

Leave a Reply