ମଣିପୁରର ୫ ଜିଲାରେ ସରକାର ଇଣ୍ଟରନେଟ ଏବଂ ମୋବାଇଲ ଡାଟା ସେବା ବନ୍ଦ

ମଣିପୁରର ୫ ଜିଲାରେ ସରକାର ଇଣ୍ଟରନେଟ ଏବଂ ମୋବାଇଲ ଡାଟା ସେବା ବନ୍ଦ କରିଦେଇଛନ୍ତି। ୫ ଦିନ ପାଇଁ ଏହି କଟକଣା ଲାଗୁ କରାଯାଇଛି। ଉତ୍ତେଜନା ସୃଷ୍ଟିକାରୀ ବିଷୟବସ୍ତୁକୁ ସାମାଜିକ ଗଣମାଧ୍ୟମରେ ପ୍ରଘଟ କରାଯାଉଥିବାରୁ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କାରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହି ୫ ଜିଲା ହେଉଛି ଇମ୍ଫାଲ ପଶ୍ଚିମ, ଇମ୍ଫାଲ ପୂର୍ବ, ଥଉବଲ, କାକଚିଂ ଏବଂ ବିଷ୍ଣପୁର।

Leave a Reply