ମୃତକଙ୍କ ପରିବାରକୁ ୨୫ଲକ୍ଷ ଲେଖାଏଁ ସହାୟତା ଘୋଷଣା

ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡ଼ିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଦଳାଚକଟାରେ ପରଲୋକଗତ ଭକ୍ତମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।  ଶରଧାବାଲିରେ ମହାପ୍ରଭୁଙ୍କ ଦର୍ଶନ କରିବା ବେଳେ ଅସମ୍ଭାଳ ଭିଡ଼ ଓ ଠେଲାପେଲାରେ ୩ଜଣ ଭକ୍ତଙ୍କ ଅକାଳ ମୃତ୍ୟୁ ଘଟିଲା। ବହୁ ଭକ୍ତ ଆହତ ହେଲେ। ସରକାରଙ୍କ ସବୁ ପ୍ରସ୍ତୁତି ସତ୍ତ୍ବେ ଏଭଳି ଅଘଟଣ ଘଟିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବ୍ୟଥିତ କରିଛି। ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହ ନିଜେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି।

Leave a Reply

Your email address will not be published. Required fields are marked *