ମାଓ ଦମନ ଅଭିଯାନ କ୍ଷେତ୍ରରେ କନ୍ଧମାଳ ଜିଲା ପୁଲିସକୁ ଏକ ବଡ଼ ସଫଳତା

ମାଓ ଦମନ ଅଭିଯାନ କ୍ଷେତ୍ରରେ କନ୍ଧମାଳ ଜିଲା ପୁଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ଏହି ଅଭିଯାନରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ ନିପାତ ହୋଇଛନ୍ତି। ଏଥିସହ ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ କରାଯାଇଛି। ମୃତ ମାଓବାଦୀ ଦ୍ଵୟ ମଙ୍କୁ ଏବଂ ଚନ୍ଦନ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। କନ୍ଧମାଳ ଜିଲାରେ ସକ୍ରିୟ ଥିବା ମାଓବାଦୀ ଗ୍ରୁପର ମଙ୍କୁ ଏସିଏମ କ୍ୟାଡର ଏବଂ ଚନ୍ଦନ ପାର୍ଟି ସଦସ୍ୟ ବୋଲି ପୁଲିସ ପ୍ରାରମ୍ଭିକ ସୂଚନା ପାଇଛି।

Leave a Reply

Your email address will not be published. Required fields are marked *