ମହାପ୍ରଭୁଙ୍କ ଜନ୍ମବେଦିରେ ଶେଷ ଦର୍ଶନ 

ଆଜି ଜନ୍ମବେଦିରେ ମହାପ୍ରଭୁଙ୍କ ସଂଧ୍ୟା ଦର୍ଶନ ଅନୁଷ୍ଠିତ ହୋଇଯାଇଛି। ଏହା ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ଥିଲା। ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ମହାପ୍ରଭୁଙ୍କ ଜନ୍ମବେଦିରେ ଏହା ଶେଷ ଦର୍ଶନ ଥିଲା। ପ୍ରତିବର୍ଷ ଭଳି ଆଜି ମଧ୍ୟ ସନ୍ଧ୍ୟା ଦର୍ଶନରେ ଭକ୍ତଙ୍କ ପ୍ରବଳ ସମାଗମ ଦୃଷ୍ଟିରୁ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ଦେଇ ଭକ୍ତମାନେ ପ୍ରବେଶ କରି ମହାପ୍ରଭୁଙ୍କ ସଂଧ୍ୟା ଦର୍ଶନ ସାରି ନାକଚଣା ଦ୍ୱାର ଦେଇ ବାହାରିବାର ବ୍ୟବସ୍ଥା କରାଯାଇଥିଲା। ବ୍ୟବସ୍ଥାବଳୀ ମୁତାବକ, ଭକ୍ତମାନେ ଭୋର ୫ଟାରୁ କେବଳ ବାହାରକାଠ ନିକଟରେ ଦର୍ଶନ କରିଥିଲେ। 

Leave a Reply

Your email address will not be published. Required fields are marked *