ବାଲେଶ୍ବର ଫକିର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । ଛାତ୍ରୀଙ୍କ ମୃତ୍ୟୁ ନେଇ ବଡ଼ ବୟାନ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, “ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାରେ ସରକାର ସବୁ ଦିଗକୁ ନେଇ ତଥ୍ୟ ସଂଗ୍ରହ କରୁଛନ୍ତି । ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ମିଳିଛି । ସମୟ ଦିଅନ୍ତୁ ଆହୁରି ତଥ୍ୟ ମିଳିବ । ଛାତ୍ରୀଙ୍କ ମୃତ୍ୟୁ ପରେ ଦଫା ପରିବର୍ତ୍ତନ କରାଯାଇଛି ।”