ନନ୍ଦୋତ୍ସବ ପାଇଁ ସାରା ଦେଶ ଉତ୍ସବମୁଖର

ଆଜି ନନ୍ଦୋତ୍ସବ। ଗତକାଲି ମଧ୍ୟ ରାତ୍ରିରେ ଧରାବତରଣ କରିଛନ୍ତି ପ୍ରଭୁ ଶ୍ରୀକୃଷ୍ଣ। ନନ୍ଦୋତ୍ସବ ପାଇଁ ସାରା ଦେଶ ଉତ୍ସବମୁଖର। ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଛି। ଆଜି ଶ୍ରୀମନ୍ଦିରରେ ନନ୍ଦୋତ୍ସବ ନୀତି ପାଳିତ ହେବ। ସନ୍ଧ୍ୟା ଆଳତୀ ସରିବା ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ।

ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ। ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାର ଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇବେ। ଏହାପରେ ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନଙ୍କୁ ଖଟ ଉପରେ ବିଜେ କରାଇବେ। ଭିତରଚ୍ଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ । ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି। ନନ୍ଦୋତ୍ସବ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ଲାଗି ରହିଛି ।

Leave a Reply

Your email address will not be published. Required fields are marked *