Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ସିବିଆଇ ତଦନ୍ତ ନସରିବା ପର୍ଯ୍ୟନ୍ତ ବାହାନଗା ଷ୍ଟେସନରେ ଅଟକିବ ନାହିଁ କୌଣସି ଟ୍ରେନ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ସିବିଆଇ ତଦନ୍ତ ନସରିବା ପର୍ଯ୍ୟନ୍ତ ବାହାନଗା ଷ୍ଟେସନରେ ଅଟକିବ ନାହିଁ କୌଣସି ଟ୍ରେନ

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଭୟାବହ ଟ୍ରେନ ଦୁର୍ଘଟଣାରେ କ୍ଷତିଗ୍ରସ୍ତ ରେଳ ଧାରଣାର ମରାମତି ପରେ ଉକ୍ତ ମାର୍ଗରେ ଟ୍ରେନ ଚଳାଚଳ ସ୍ୱାଭାବିକ ହୋଇଥିଲେ ମଧ୍ୟ ସିବିଆଇ ତଦନ୍ତ ନସରିବା ପର୍ଯ୍ୟନ୍ତ ବାହାନଗା ବଜାର ରେଳ ଷ୍ଟେସନରେ କୌଣସି ଟ୍ରେନ ଅଟକିବ ନାହିଁ । ଦକ୍ଷିଣ ପୂର୍ବ ରେଳବାଇ ମୁଖ୍ୟ ଲୋକସମ୍ପର୍କ ଅଧିକାରୀ ଆଦିତ୍ୟ କୁମାର ଚୌଧୁରୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଜୁନ୍ ୨ ତାରିଖରେ ବାହାନଗା ଷ୍ଟେସନ ନିକଟରେ କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହେବା ପଛର କାରଣ ଜାଣିବାକୁ ଏବେ ସିବିଆଇ ତଦନ୍ତ ଜାରି ରହିଛି । ଲଗବୁକ୍ ସମେତ ରିଲେ ପ୍ୟାନେଲ ଓ ଅନ୍ୟାନ୍ୟ ଉପକରଣକୁ ଜବତ ସହ ବାହାନଗା ବଜାର ରେଳଷ୍ଟେସନକୁ ସିବିଆଇ ଅଧିକାରୀମାନେ ସିଲ୍ କରିଦେଇଛନ୍ତି । ଯେହେତୁ ସିଗନାଲ ସିଷ୍ଟମର ଗୁରୁତ୍ୱପୂର୍ଣ୍ଣ ରିଲେ ଇଂଟରଲକିଂ ପ୍ୟାନେଲକୁ ସିଲ୍ କରାଯାଇଛି ଓ ସେଠାକୁ ଷ୍ଟେସନର କର୍ମଚାରୀଙ୍କ ପ୍ରବେଶ ଉପରେ କଟକଣା ରହିଛି, ତେଣୁ ବାହାନଗା ବଜାର ଷ୍ଟେସନରେ ପରବର୍ତ୍ତୀ ନିଦେ୍ର୍ଦଶ ପର୍ଯ୍ୟନ୍ତ କୌଣସି ଯାତ୍ରୀବାହୀ କିମ୍ବା ମାଲବାହୀ ଟ୍ରେନ ଅଟକିବ ନାହିଁ ବୋଲି ଶ୍ରୀ ଚୌଧୁରୀ ସୂଚନା ଦେଇଛନ୍ତି । ସେହିପରି ଜୁନ୍ ୨ରେ ବାହାନଗା ଟ୍ରେନ ଦୁର୍ଘଟଣାରେ କ୍ଷତିଗ୍ରସ୍ତ ୧୨୦୮ଜଣ ଯାତ୍ରୀଙ୍କ ମଧ୍ୟରୁ ୭୦୯ଜଣଙ୍କୁ କ୍ଷତିପୂରଣ ଓ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯାଇ ସାରିଛି ।

Leave a Reply