ଶ୍ରୀଜଗନ୍ନାଥ ସଂସ୍କୃତିକୁ ନଷ୍ଟ କରୁଥିବା ହୀନ ଷଡ଼ଯନ୍ତ୍ରକାରୀଙ୍କୁ କଠୋର ଦଣ୍ଡବିଧାନ ପାଇଁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର


ପାରଳାଖେମୁଣ୍ଡି: ଶ୍ରୀଜଗନ୍ନାଥ ସଂସ୍କୃତିକୁ ନଷ୍ଟ କରିବାର ପ୍ରୟାସ କରୁଥିବା ହୀନ ଷଡ଼ଯନ୍ତ୍ରକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି ଶ୍ରୀଜଗନ୍ନାଥ ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ଆଜି ପାରଳାଖେମୁଣ୍ଡି ଠାରେ ବିକ୍ଷୋଭ କରାଯାଇ ରାଜ୍ୟପାଳଙ୍କ ଉଦେଶ୍ୟରେ ଗଜପତି ପ୍ରଶାସନ ଦ୍ୱାରା ଏକ ସ୍ମାରକ ପତ୍ର ଶ୍ରୀଜଗନ୍ନାଥ ସଂସ୍କୃତି ସୁରକ୍ଷା ଅଭିଯାନ ତରଫରୁ ପ୍ରଦାନ କରାଯାଇଛି. ଶ୍ରୀଜଗନ୍ନାଥ ହେଉଛନ୍ତି ସମଗ୍ର ହିନ୍ଦୁ ମାନଙ୍କର ପରମ ଆରାଧ, ଶ୍ରୀମନ୍ଦିର ହେଉଛି ଅସ୍ଥା, ବିଶ୍ୱାସ ଓ ସଂସ୍କୃତିର ପ୍ରାଣକେନ୍ଦ୍ର ଶ୍ରୀଜଗନ୍ନାଥ ସଂସ୍କୃତି ହେଉଛି କୋଟି ଓଡ଼ିଆଙ୍କ ପରିଚୟ । ସରକାରକୁ ପରିଚାଳିତ କରୁଥିବା କିଛି ଅଣଓଡ଼ିଆ ବ୍ୟକ୍ତି ବିଶେଷ ଏବଂ ଅନ୍ୟ କିଛି ନ୍ୟସ୍ତସ୍ୱାର୍ଥ ଓଡ଼ିଆ ଗୋଷ୍ଠୀଙ୍କ ହୀନ ଚକ୍ରାନ୍ତ କାରଣରୁ ଶ୍ରୀଜଗନ୍ନାଥ ସଂସ୍କୃତିର ଘୋର ମର୍ଯ୍ୟାଦାହାନୀ ହେବା ସହ ଓଡ଼ିଆଙ୍କ ପରିଚୟ ସଙ୍କଟ ଦେଖା ଦେଇଛି । ଓଡ଼ିଆ ସଂସ୍କୃତି, ଓଡ଼ିଆ ପରମ୍ପରା ତଥା ଓଡ଼ିଆ ଅଭିତା ଆଜି ଧ୍ୱଂସ ଆଡ଼କୁ ଗତି କରୁଛି । ସରକାରୀ ପ୍ରାୟୋଜିତ ଭାବେ ଶ୍ରୀଜଗନ୍ନାଥ ସଂସ୍କୃତି ବିରୋଧରେ ଯେଉଁଭଳି ଭାବେ ଗୋଟିଏ ପରେ ଗୋଟିଏ ଚକ୍ରାନ୍ତ ହୋଇ ଚାଲିଛି ସେପ୍ରତି ଶ୍ରୀଜଗନ୍ନାଥ ସଂସ୍କୃତି ସୁରକ୍ଷା ଅଭିଯାନ ଗଭୀର ଚିନ୍ତା ପ୍ରକଟ କରୁଛି । ନିକଟ ଅତୀତରେ କାମିଆ ଜାନି ନାମ୍ନି ଜଣେ ଦେୟଯୁକ୍ତ ବ୍ଲଗର ଦ୍ୱାରା ଶ୍ରୀମନ୍ଦିର ତଥା ମହାପ୍ରସାଦର ପ୍ରଚାର କରାଯାଇଥିଲା । ପରବର୍ତ୍ତୀ ସମୟରେ ଉକ୍ତ ମହିଳା ଜଣକ ଗୋମାଂସ ଭକ୍ଷଣର ପ୍ରଚାର ପ୍ରସାର କରୁଥିବାରଜଣା ପଡ଼ିଲା । ଏହା ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ, ଶ୍ରୀଜଗନ୍ନାଥ ସଂସ୍କୃତି ଉପରେ କୁଠାରଘାତ । ହଜାର ହଜାର ବର୍ଷପରମ୍ପରାର ପ୍ରତୀକ ଶ୍ରୀମନ୍ଦିର ଏବଂ ଏହାର ମହାପ୍ରସାଦ କୋଟିକୋଟି ବିଶେଷ କରି ହିନ୍ଦୁଙ୍କର ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିରପ୍ରସାଦ । ଏହାର ପ୍ରଚାର ପ୍ରସାର କେବଳ ମାତ୍ର ବିଶେଷକରି ଗୋମାଂସ ଭକ୍ଷଣର ପ୍ରଚାରକାରୀ ଦ୍ୱାରା ପ୍ରଚାର କରିବା କାହା ସ୍ୱାର୍ଥରେ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି. ମୁଖ୍ୟମନ୍ତ୍ରୀଙ୍କ ଇଛା ବୋଲି ବୟାନ ଦେଇଥିଲେ । ପୁନଶ୍ଚ ଖ୍ରୀଷ୍ଟୀୟ ନବବର୍ଷ ଅବସରରେ ମଧ୍ୟରାତ୍ରରେ ଶ୍ରୀମନ୍ଦିରେ ଖୋଲା ରଖୁବା ଘୋଷଣା ମନ ଭିତରେ ଥିବା ସନ୍ଦେହକୁ ଆହୁରି ବଢାଇ ଦେଉଛି । ଏହା କୌଣସି ଏକ ଗୃହର ଏଜେଣା ଅନ୍ତର୍ଭୁକ୍ତ ଭଳି ପ୍ରତୀୟମାନ ହେଉଛି । ଏଭଳି ଅନ୍ତର୍ଘାତି, ସନାତନ ପରମ୍ପରା ତଥା ଶ୍ରୀଜଗନ୍ନାଥ ସଂସ୍କୃତି ବିରୋଧୀ କାର୍ଯ୍ୟରେ ଲିପ୍ତ ବ୍ୟକ୍ତି ବିଶେଷଙ୍କୁ ସାମାଜିକ ବାସନ୍ଦ କରାଯାଉ ଏବଂ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ । ରାଜ୍ୟ ସରକାର ଏଭଳି ହିନ୍ଦୁ ବିରୋଧୀ ମାନସିକତାରୁ ନିବୃତ୍ତ ରୁହନ୍ତୁ ବୋଲି ଗଣ ବିକ୍ଷୋଭରେ ଦାବି କରାଯିବା ସଂଗେ ସଂଗେ ଏହି ଆନ୍ଦୋଳନକୁ ରାଜ୍ୟ ବ୍ୟାପୀ କରାଯିବ ବୋଲି ଶ୍ରୀମନ୍ଦିର ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ଚେତେଇ ଦିଆଯାଉଛି ।

Leave a Reply

Your email address will not be published. Required fields are marked *