Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ତାଳଚେର ଶିଶୁ ମନ୍ଦିରରେ ଗୁରୁ ଦିବସ ପାଳିତ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ତାଳଚେର ଶିଶୁ ମନ୍ଦିରରେ ଗୁରୁ ଦିବସ ପାଳିତ

ତାଳଚେର: ତାଳଚେର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଆଜି ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି । ଅବସରପ୍ରାପ୍ତ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ବିଜୟ କୁମାର ଧୀର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ୱଳନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ହେମନ୍ତ କୁମାର ପ୍ରଧାନ ଅତିଥିଙ୍କ ପରିଚୟ ପ୍ରଦାନ କରିବା ସହିତ ଗୁରୁଙ୍କ ମହତ୍ୱ ଓ ଉଦ୍ଦେଶ୍ୟ ଉପରେ ଶିଶୁ ଭାଇଭଉଣୀମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ । ପରିଚାଳନା ସମିତିର ସଭାପତି ବିପିନ ସାହୁଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ସହ ପ୍ରଧାନ ଆଚର୍ଯ୍ୟ ଦୁଃଖବନ୍ଧୁ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସମସ୍ତ ଗୁରୁମା ଗୁରୁଜୀ ସହଯୋଗ କରିଥିଲେ ।

Leave a Reply