Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଏନକାଉଣ୍ଟରରେ ୨ ହାର୍ଡକୋର ନକ୍ସଲ ନିହତ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଏନକାଉଣ୍ଟରରେ ୨ ହାର୍ଡକୋର ନକ୍ସଲ ନିହତ

ମାଲକାନାଗିରି- ନକ୍ସଲ କ୍ୟାମ୍ପରୁ ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛି ପୁଲିସ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡ଼ାର ନାହାଡି ଜଙ୍ଗଲରେ ପୁଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟରେ ୨ ଜଣ ହାର୍ଡକୋର ନକ୍ସଲ ନିହତ ହୋଇଛନ୍ତି । ନକ୍ସଲ କ୍ୟାମ୍ପରୁ ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି ପୁଲିସ । ଆଜି ସକାଳେ ନାହାଡି ଜଙ୍ଗଲରେ ନକ୍ସଲମାନେ କ୍ୟାମ୍ପ କରି ରହିଥିବା ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା । ପରେ ସେହି ଅଞ୍ଚଳରେ କୁମ୍ବିଂ ଅପରେସନ କରିଥିଲେ । ଏହି ସମୟରେ ନକ୍ସଲ ଓ ପୁଲିସ ମୁହାଁମୁହିଁ ହୋଇଥିଲେ । ଉଭୟଙ୍କ ମଧ୍ୟରେ କିଛି ସମୟ ଗୁଳିବିନିମୟ ଜାରି ରହିଥିଲା । ପରେ ପୁଲିସ ଗୁଳିରେ ୨ ଜଣ ନକ୍ସଲ ନିହତ ହୋଇଥିଲେ ଅନ୍ୟ ନକ୍ସଲମାନେ ଛତ୍ରଭଙ୍ଗ ଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ ।

Leave a Reply