Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
କେନ୍ଦ୍ରାପଡ଼ା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ୍ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

କେନ୍ଦ୍ରାପଡ଼ା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ୍

ଭୁବନେଶ୍ୱର: କେନ୍ଦ୍ରାପଡ଼ାର ପ୍ରସିଦ୍ଧ ମିଷ୍ଟାନ୍ନ ‘ରସାବଳି’କୁ ଜିଆଇ ଟ୍ୟାଗ୍ ମାନ୍ୟତା ମିଳିଛି । ଆବେଦନ ପତ୍ରର ତର୍ଜମା କରିବା ସହ ‘ରସାବଳି’ର ଐତିହାସିକ ଓ ଆଧ୍ୟାତ୍ମିକ ଦିଗକୁ ଅନୁଧ୍ୟାନ କରିବା ପରେ ଜିଆଇ ଟ୍ୟାଗ୍ ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ‘ରସାବଳି’କୁ ଜିଆଇ ଟ୍ୟାଗ୍ ମାନ୍ୟତା ଦେବା ପାଇଁ ‘କେନ୍ଦ୍ରାପଡା ରସାବଳି ମିଷ୍ଟାନ୍ନ ନିର୍ମାତା ସଂଘ’ ପକ୍ଷରୁ ପ୍ରଥମେ ୨୦୨୦ ମସିହା ଜୁଲାଇ ମାସରେ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା । ‘ରସାବଳି’କୁ ଜିଆଇ ଟ୍ୟାଗ୍ ମାନ୍ୟତା ମିଳିବା ପରେ କେନ୍ଦ୍ରାପଡ଼ାରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି ।

Leave a Reply