Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଶ୍ରୀମନ୍ଦିର ପ୍ରବେଶ ବେଳେ ଭକ୍ତ ପିନ୍ଧିବେ ଶାଳୀନତା ପୋଷାକ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଶ୍ରୀମନ୍ଦିର ପ୍ରବେଶ ବେଳେ ଭକ୍ତ ପିନ୍ଧିବେ ଶାଳୀନତା ପୋଷାକ

ପୁରୀ: ଶ୍ରୀମନ୍ଦିରକୁ ଯାଉଥିବା ଭକ୍ତଙ୍କ ପୋଷାକରେ ଆସିବ ଶାଳୀନତା । ନଚେତ ଭକ୍ତଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା । ଶାଳୀନତା ଭାବେ ପୋଷାକ ପିନ୍ଧି ଶ୍ରୀମନ୍ଦିର ଭିତରକୁ ଯିବେ ଭକ୍ତ । ଏଭଳି ଚେତାବନୀ ଦେଲା ଶ୍ରୀମନ୍ଦିର ପ୍ରଶାସନ । ନୂଆବର୍ଷରୁ ଏହି ନିୟମ କଡାକଡି ଭାବେ ଲାଗୁ କରାଯିବ । ଶ୍ରୀମନ୍ଦିର ପ୍ରଶାସନ ଏନେଇ ସୂଚନା ଦେଇଛି । ନୂଆବର୍ଷଠାରୁ ନୂଆ ନିୟମ କଡ଼ାକଡ଼ି ହେବା ପୂର୍ବରୁ ଆସନ୍ତାକାଲିଠାରୁ ଭକ୍ତମାନଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସଚେତନତା କରାଯିବ । ଶାଳୀନତାପୂର୍ଣ୍ଣ ଡ୍ରେସ୍ ପିନ୍ଧି ମନ୍ଦିର ଭିତରକୁ ପ୍ରବେଶ କରିବା ପାଇଁ ଭକ୍ତମାନଙ୍କୁ ପରାମର୍ଶ ଦିଆଯିବ । ଜାନୁଆରୀ ୧ ତାରିଖରୁ ସିଂହଦ୍ୱାରରେ ମୁତୟନ ଜେଟିପି ଓ ଶ୍ରୀମନ୍ଦିର ଭିତରେ ରହୁଥିବା ପ୍ରତିହାରୀ ସେବକ ଭକ୍ତଙ୍କ ପୋଷାକକୁ ତଦାରଖ କରିବେ । ଶ୍ରୀମନ୍ଦିର ପ୍ରଶାସକ ପକ୍ଷରୁ କୁହାଯାଇଛି, ଶ୍ରୀମନ୍ଦିର ପ୍ରବେଶ ବେଳେ ଭକ୍ତମାନେ ଶାଳୀନତାପୂର୍ଣ୍ଣ ଡ୍ରେସ୍ ପିନ୍ଧିବେ । ଫୁଲ୍ ଡ୍ରେସ୍ ପିନ୍ଧିବେ ।

Leave a Reply