Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଇଁ ଶ୍ରୀଲିଙ୍ଗରାଜଙ୍କୁ ନିମନ୍ତ୍ରଣ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଇଁ ଶ୍ରୀଲିଙ୍ଗରାଜଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର : ଆସନ୍ତା ଜାନୁଆରୀ ୨୨ରେ ହେବାକୁ ଥିବା ଅଯୋଧ୍ୟା ରାମ ମନ୍ଦିରର ଭବ୍ୟ ପ୍ରତିଷ୍ଠା ଉତ୍ସବ ପାଇଁ ଶନିବାର ଏକାମ୍ରକ୍ଷେତ୍ରର ଅଧୀଶ୍ୱର ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସମେତ ବିଭିନ୍ନ ମନ୍ଦିରକୁ ନିମନ୍ତ୍ରଣ କରାଯାଇଛି । ରାମ ମନ୍ଦିର ଓଡ଼ିଶା ଶାଖାର ସଭ୍ୟମାନେ ନଡ଼ିଆ, ଗୁଆ, ଚାଉଳ ଓ ନିମନ୍ତ୍ରଣପତ୍ର ଚାରି ନିଯୋଗଙ୍କୁ ଦେଇଛନ୍ତି । ଏଥିରେ ବ୍ରାହ୍ମଣ ନିଯୋଗ, ପୂଜାପଣ୍ଡା ନିଯୋଗ, ବଡ଼ୁ ନିଯୋଗ ଓ ସମର୍ଥା ନିଯୋଗର ସମ୍ପାଦକମାନଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି । ଏହାସହ ଲିଙ୍ଗରାଜଙ୍କର ପାଳିଆ ବଡ଼ୁଙ୍କୁ ମଧ୍ୟ ଏହି ପ୍ରତିଷ୍ଠା ଉତ୍ସବରେ ଯୋଗଦେବା ନିମନ୍ତେ ନିମନ୍ତ୍ରଣ କରାଯାଇଛି ।

Leave a Reply