କେନ୍ଦ୍ରାପଡାରେ“ମୋ ମାଟି ମୋ ଦେଶ” କାର୍ଯ୍ୟକ୍ରମ

କେନ୍ଦ୍ରାପଡା/ଭୁବନେଶ୍ୱର, ତା.୨୦/୧୦: ରାଷ୍ଟ୍ର ପାଇଁ ସର୍ବୋଚ୍ଚ ବଳିଦାନ ଦେଇଥିବା ଅମର ‘ବୀର’ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ଆହ୍ୱାନକ୍ରମେ ଦେଶବ୍ୟାପୀ ‘ମୋ ମାଟି, ମୋ ଦେଶ” କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ‘ମାଟିକୁ ପ୍ରଣାମ ଓ ବୀରଙ୍କୁ ବନ୍ଦନା’ ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ । ଦେଶର ପ୍ରତି ଗାଁ, ପଂଚାୟତ, ବ୍ଲକ, ସହର, ନଗର, ପୌରପାଳିକା ଅଂଚଳରେ ବୀର ସ୍ୱାଧୀନତା ସଂଗ୍ରାମୀ ଓ ଯବାନଙ୍କ ବଳିଦାନ ସ୍ମୃତିରେ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଛି । ଏହି କ୍ରମରେ ଓଡ଼ିଶାରେ ମଧ୍ୟ ସହିଦ ଓ ବଳିଦାନ ଦେଇଥିବା ବୀରମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ “ମୋ ମାଟି ମୋ ଦେଶ” କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଆଜି କେନ୍ଦ୍ରାପଡା ଜିଲ୍ଲା ଆଳି ନିର୍ବାଚନ ମଣ୍ଡଳୀର ଯୁବମୋର୍ଚ୍ଚା ପକ୍ଷରୁ ଆୟୋଜିତ “ମୋ ମାଟି ମୋ ଦେଶ” କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଯୋଗ ଦେଇଥିଲେ । ଶ୍ରୀ ସାମଲ ସୁବାସ ଚନ୍ଦ୍ର ବୋଷଙ୍କ ପ୍ରତିମୂତିରେ ମାଲ୍ୟାର୍ପଣ କରିବା ସହ ବାଇକ ରାଲିରେ ଯୋଗ ଦେଇଥିଲେ । ଏହାପରେ ଶ୍ରୀ ସାମଲ ପରାସ ଗାଁର ସହିଦ ଗୋପବନ୍ଧୁ ବିଶ୍ୱାଳଙ୍କ ପରିବାକୁ ସମ୍ବର୍ଦ୍ଧନା କରିବା ସହ କଳସରେ ମାଟି ସଂଗ୍ରହ କରିଥିଲେ ।
ଦେଶର ଏକତା, ଅଖଣ୍ଡତା ପାଇଁ ଯବାନମାନେ ଲଢ଼ି ପ୍ରାଣବଳି ଦେଉଛନ୍ତି । ସ୍ୱାଧୀନତାର ଶତାବ୍ଦୀ ପୂର୍ତି ଅବସରରେ ୨୦୪୭ ମସିହାରେ ଭାରତବର୍ଷକୁ ବିଶ୍ୱ ଗୁରୁ ଭାବେ ପରିଣତ କରିବା ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନକୁ ସଫଳ କରିବା ପାଇଁ ସୁବର୍ଣ୍ଣ ସୁଯୋଗ ଆସିଛି । ଦେଶର ଅଖଣ୍ଡତା ପାଇଁ ଯେଉଁ ଯବାନମାନେ ଲଢ଼ୁଛନ୍ତି ସେମାନଙ୍କ ସ୍ମୃତି ରକ୍ଷା ପାଇଁ ମୋଦିଜୀ ଆହ୍ୱାନ କ୍ରମେ ଆଜି ଯବାନମାନଙ୍କ ସ୍ମୃତି ପାଇଁ “ମାଟି ସଂଗ୍ରହ” କରାଯାଉଛି । ଏହି ମାଟି ଦିଲ୍ଳୀ ଯିବ, ସେଠାରେ ସହିଦଙ୍କ ପାଇଁ ଏହା ଏକ ବଡ ସ୍ମାରକୀ ହେବ ବୋଲି ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି ।
ଏହି ଅବସରରେ କେନ୍ଦ୍ରାପଡାର ଜିଲ୍ଲା ସଭାପତି କିଶୋର ପଣ୍ଡା, ରାଜ୍ୟ ସାଧାରଣ ସମ୍ପାଦକ ଡ.ଯତୀନ ମହାନ୍ତି, ରାଜ୍ୟ ମୁଖପାତ୍ର ତେଜେଶ୍ୱର ପରିଡା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ପୂର୍ବତନ ବିଧାୟକ ଦୋଳ ଗୋବିନ୍ଦ ନାୟକ, ବିଷ୍ଣୁ ଦାସ, ଓବିସି ମୋର୍ଚ୍ଚା ରାଜ୍ୟ ସମ୍ପାଦକ ଦୁର୍ଗା ପ୍ରସାଦ ନାୟକ, ବିଧାନସଭା ସଂଯୋଜକ ରଶ୍ମିରଞ୍ଜନ ଦେହୁରା, ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ବିନ୍ଦୁ ସାଗର ଦାସ ପ୍ରମୁଖଙ୍କ ସମେତ ଜିଲ୍ଲାର ପ୍ରମୁଖ ନେତୃବୃନ୍ଦ ଓ ଶତାଧିକ କାର୍ଯ୍ୟକର୍ତା ସାମିଲ ହୋଇଥିଲେ ।

Leave a Reply

Your email address will not be published. Required fields are marked *